ସୁନା କିଣିବାକୁ ଚାହୁଁଥିଲେ, ଏଠାରେ ଜାଣନ୍ତୁ ସୁନା ଦାମର ତାଜା ଅପଡେଟ୍

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୬,୫୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୭,୫୮୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଓ ୪୯,୯୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୫୮୦ ଟଙ୍କା ଓ ୪୭,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୫୦ ଟଙ୍କା ଓ ୫୦,୭୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୧୬୦ ଟଙ୍କା ଓ ୫୦,୭୪୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୭୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.