କମିଲା ସୁନା ଦାମ୍, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ମୂଲ୍ଯ

ଖୁସି ଖବର ପୁଣି କମିଲା ସୁନା ଦର। ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ଯାଇ କିଣିଆଣନ୍ତୁ। ଆଜି କିନ୍ତୁ ଭୁବନେଶ୍ବରରେ ସୁନା ଦାମ ଗ୍ରାମ ପ୍ରତି ୫୨୦ ଟଙ୍କା କମିଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୧୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୩୦ ଟଙ୍କା ରହିଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୪୨୦ ଟଙ୍କା ଓ ୪୫, ୪୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୨୫୦ ଟଙ୍କା ଓ ୪୮,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୬୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୫୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୬୪୦ ଟଙ୍କା ଓ ୪୭,୩୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି କମିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.