କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୧୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୭୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨, ୧୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮, ୭୦୦ ଟଙ୍କା ଥିଲା ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୨,୧୪୦ ଟଙ୍କା ଓ ୭୮, ୭୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୨,୨୯୦ ଟଙ୍କା ଓ ୭୮, ୮୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮, ୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୨,୧୪୦ ଟଙ୍କା ଓ ୭୮, ୭୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୪୦୦ ହଜାର ଟଙ୍କା ହୋଇଛି ।