ତାଜା ଅପଡେଟ୍, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଆଜିର ସୁନା ମୂଲ୍ଯ

ଆଜି ପୁଣି କମିଲା ସୁନା ଦର। ଯଦି ଆପଣ ବିବାହ ପାଇଁ ସୁନା କିଣିବାକୁ ତତ୍ପର, ତେବେ ଜଲଦି କରନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୨୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୪୦୦ ଟଙ୍କା ଓ ୪୬,୨୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୨୦୦ ଟଙ୍କା ଓ ୪୫,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୫୫୦ ଟଙ୍କା ଓ ୪୮,୬୦୦ ଟଙ୍କା ରହିଛି।

gold

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୫୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୬୩୦ ଟଙ୍କା ଓ ୪୭,୩୨୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା କମି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.