Below header

କମିଚାଲିଛି ସୁନା ଦାମ୍, ଆଜି ହିଁ କିଣିଆଣନ୍ତୁ ନିଜ ମନ ପସନ୍ଦର ଗହଣା

ବଜେଟ ଉପସ୍ଥାପନ ପରେ ଲଗାତାର ଭାବେ କମିଚାଲିଛି ସୁନା ଦର। ପୁଣି ଭାରତୀୟ ବଜାରରେ ଆଜି ସୁନା ଦାମ୍ କମ୍ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ମୂଲ୍ଯ ୪୬,୧୭୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୧୭୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୫୦ ଟଙ୍କା ଓ ୪୮,୦୬୦ ଟଙ୍କା ଛୁଇଁଛି।

gold

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୭୦ ଟଙ୍କା ଓ ୪୭,୧୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୦୦ ଟଙ୍କା ଓ ୫୦,୪୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୭୮୦ ଟଙ୍କା ଓ ୪୭,୧୭୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା କମି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.