ସୁନା ଦର ପୁଣି ବଢିଲା। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧୦ ଟଙ୍କା ବଢି ୪୪,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ୪୫,୮୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୫୦୦ ଟଙ୍କା ଓ ୪୮,୫୫୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୮୦୦ ଟଙ୍କା ଓ ୪୫,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୧୦ ଟଙ୍କା ଓ ୪୯,୯୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୯୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୪୯,୬୪୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୯,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।