ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ଆଜିର ଦାମ୍

ନୂଆଦିଲ୍ଲୀ(କେନ୍ଯୁଜ୍): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି  ୪୫,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦୦୦ ଟଙ୍କା କମି ୪୬,୭୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୭୫୦ ଟଙ୍କା ଓ ୪୭,୯୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୭୦୦ ଟଙ୍କା ଓ ୪୬,୭୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୫୦ ଟଙ୍କା ଓ ୫୧,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୪୮,୦୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୬୦୦ ଟଙ୍କା କମି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.