ନୂଆବର୍ଷରେ ଘରକୁ କିଣି ଆଣନ୍ତୁ ସୁନା ଗହଣା, ଜାଣନ୍ତୁ ଆଜି କେତେ ରହିଛି ଦାମ୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୨୪୦ ଟଙ୍କା ଓ ୪୯,୩୪୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୧୦ ଟଙ୍କା ଓ ୪୯,୦୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୫୧,୫୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୪୬୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୪୯,୮୫୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୬୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।