ସୁନା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢ଼ିଲା ସୁନା ଦର।‌ ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୦ ଟଙ୍କା ବଢ଼ିଛି। ମାତ୍ର ୨୪ କ୍ୟାରେଟ ସୁନା ଦର ୭୩୦ଟଙ୍କା ହ୍ରାସ ପାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୨୧୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୯୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୬୧୦ ଟଙ୍କା ଓ ୫୧,୯୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୯୬୦ ଟଙ୍କା ଓ ୫୦,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୧୦ ଟଙ୍କା ଓ ୫୧,୯୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୬୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୯୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୯୨୦ ଟଙ୍କା ଓ ୫୨,୫୩୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୯୦୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୬୦,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.