Below header

ବଢ଼ିଲା ସୁନା, ଜାଣନ୍ତୁ ଆଜି କେତେ ଅଛି ୧୦ ଗ୍ରାମକୁ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୫୦ ଟଙ୍କା ବଢ଼ି ୪୪,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୩୭୦ ଟଙ୍କା ବଢ଼ି ୪୮,୬୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୪୫୦ ଟଙ୍କା ଓ ୪୬,୩୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୨,୬୪୦ ଟଙ୍କା ଓ ୪୬,୫୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୬୦୦ ଟଙ୍କା ଓ ୪୮,୬୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୬୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୫୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୯୧୦ ଟଙ୍କା ଓ ୪୭,୬୧୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.