କମିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୭,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪୦ ଟଙ୍କା କମି ୫୧,୬୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୪୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୮୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବଢ଼ି ୬୭,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।