ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆଜିର ତାଜା ଅପଡେଟ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ି ୪୫,୫୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ି ୪୯,୭୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୦୦ ଟଙ୍କା ଓ ୪୮,୦୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୩୬୦ ଟଙ୍କା ଓ ୪୫,୩୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୭୦ ଟଙ୍କା ଓ ୪୯,୭୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୧୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୨୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୧୦ ଟଙ୍କା ଓ ୪୯,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିନ୍ତୁ ସ୍ଥିର ଥିବା ଜଣାଯାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.