ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦର

ଭୁବନେଶ୍ୱର(କେ ନ୍ୟୁଜ):  ଆଜି ଓଡିଶା ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬ ହଜାର୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ହଜାର ୫୪୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬ ହଜାର ୨୦୦ ଟଙ୍କା ଓ ୪୭ ହଜାର ୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬
, ୨୦୦ ଟଙ୍କା ଓ ୪୭ ହଜାର ୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୩୫୦ ଟଙ୍କା ଓ ୫୦
ହଜାର ୫୮୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୪୯,୩୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୦୦ ଟଙ୍କା କମି ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.