ସୁନା କିଣିବାକୁ ଯାଉଛନ୍ତି କି? ଜାଣି ରଖନ୍ତୁ ଆପଣଙ୍କ ସହରରେ କେତେ ରହିଛି ମୂଲ୍ଯ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ୪୪,୯୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧,୮୦୦ ଟଙ୍କା ଓ ୪୫,୯୦୦ ଟଙ୍କା ଛୁଇଁଛି।

 

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୯୦୦ ଟଙ୍କା ଓ ୪୪,୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୬୦୦ ଟଙ୍କା ଓ ୪୮,୬୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୧୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୦୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୩୦୦ ଟଙ୍କା ଓ ୪୭,୦୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.