ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଯାଉଛନ୍ତି କି? ଜାଣି ରଖନ୍ତୁ ଆପଣଙ୍କ ସହରରେ କେତେ ରହିଛି ମୂଲ୍ଯ

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ୪୪,୯୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧,୮୦୦ ଟଙ୍କା ଓ ୪୫,୯୦୦ ଟଙ୍କା ଛୁଇଁଛି।

 

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୯୦୦ ଟଙ୍କା ଓ ୪୪,୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୪,୬୦୦ ଟଙ୍କା ଓ ୪୮,୬୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୧୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୬,୦୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୪,୩୦୦ ଟଙ୍କା ଓ ୪୭,୦୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ୟୁପି: ରାସ୍ତା ପାର୍ଶ୍ୱରେ ଶୋଇଥିଲା ପୂରା ପରିବାର, ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ୍‌; ଉଡ଼ିଗଲା ୮ ଜଣଙ୍କ ପ୍ରାଣବାୟୁ

ଉତ୍ତର ପ୍ରଦେଶର ହରଦୋଇ ଜିଲ୍ଲାରେ ଆଜି ଭୋର୍‌ ସମୟରେ ଏକ ଦୁଃଖଦାୟକ ଦୁର୍ଘଟଣା ଘଟିଛି । ଏଠାରେ ରାସ୍ତା ପାର୍ଶ୍ୱ…

9 mins ago

ମୋଦିଙ୍କ ଗସ୍ତ ପାଇଁ ଭୁବନେଶ୍ବର ବିମାନବନ୍ଦରରେ ପୋଲିସ ଛାଉଣୀ, Z PLUS ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଶପଥ ସମାରୋହ ପାଇଁ ଭୁବନେଶ୍ବର ଆସୁଛନ୍ତି ବହୁ ଭିଭିଆଇପି । ଏଥିପାଇଁ କଡ଼ା ସୁରକ୍ଷା ବଳୟରେ ଭୁବନେଶ୍ବର…

26 mins ago

ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚନ୍ଦ୍ରବାବୁ ନାଇଡୁ, ଉପମୁଖ୍ୟମନ୍ତ୍ରୀ ହେଲେ ପବନ କଲ୍ୟାଣ

ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡୁ ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ…

34 mins ago

ମାଲ୍ୟାର୍ପଣ ପରେ ସାଧାରଣ ଜନତାଙ୍କ ସହ କଥା ହେଲେ ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଲେ ବଡ଼ ପ୍ରତିଶ୍ରୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଭୁବନେଶ୍ବର ଜନତା ମଇଦାନରେ ଶପଥ…

41 mins ago

ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ଏକ୍ସ ପ୍ରୋଫାଇଲରେ ନାଁ ପରିବର୍ତ୍ତନ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ); ଓଡ଼ିଶାରେ ସରିଲା ନବୀନ ଯୁଗ ।  ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ…

1 hour ago

ରିଆସି ତୀର୍ଥଯାତ୍ରୀ ବସ୍‌ ଉପରେ ଆକ୍ରମଣ: ଆତଙ୍କବାଦୀଙ୍କ ସ୍କେଚ୍ ଜାରି, ସୂଚନା ଦେଲେ ମିଳିବ ୨୦ ଲକ୍ଷ

ଜମ୍ମୁରେ ରିଆସିରେ ତୀର୍ଥଯାତ୍ରୀ ବସ୍ ଉପରେ ଆକ୍ରମଣ ଘଟଣାରେ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି ପୋଲିସ । ଆତଙ୍କବାଦୀଙ୍କ ସ୍କେଚ୍…

1 hour ago