ସୁନା କିଣିବାକୁ ଇଚ୍ଛା କରିଛନ୍ତି କି? ଜାଣନ୍ତୁ ଆଜି କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି  ୪୬,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୦୬୦ ଟଙ୍କା ଓ ୪୯,୨୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୯୫୦ ଟଙ୍କା ଓ ୪୭,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୦୬୦ ଟଙ୍କା ଓ ୫୧,୩୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୩୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯, ୪୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୯୦ ଟଙ୍କା ଓ ୪୯,୯୯୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା କିଲୋଗ୍ରାମ ପ୍ରତି ୬୮,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.