ବଢ଼ିଲା ସୁନା ଦର, ଜାଣନ୍ତୁ ଆଜିର ତାଜା ଅପଡେଟ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୦ ଟଙ୍କା ବଢ଼ି ୪୫,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୮୦ ଟଙ୍କା ବଢ଼ି ୪୯,୮୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୮୨୦ ଟଙ୍କା ଓ ୪୭,୬୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୪୯୦ ଟଙ୍କା ଓ ୪୬,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୬୫୦ ଟଙ୍କା ଓ ୪୯,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୮୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୪୮,୭୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.