ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ ବଢିଲା ସୁନାଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୨୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୨୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୪୭,୬୧୦ ଟଙ୍କା ଓ ୨୪ କ୍ୟାରେଟ ସୁନାଦର ୫୧,୯୩୦ ଟଙ୍କା ଥିବା ରେକର୍ଡ ହୋଇଛି।

gold shopଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୨୬୦ ଟଙ୍କା ଓ ୫୧,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୫୦ ଟଙ୍କା ଓ ୫୪,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୮୦ ଟଙ୍କା ଓ ୫୨,୬୮୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୬୦୦ ଟଙ୍କା ବୃଦ୍ଧି ପାଇଛି। ଯାହା ଦ୍ୱାରା ଆଜି ରୁପା ମୂଲ୍ୟ ୬୨,୮୦୦ଟଙ୍କା ଥିବା ରେକର୍ଡ ହୋଇଛି।

Leave A Reply

Your email address will not be published.