ଆଜି ଭାରତୀୟ ବଜାରରେ କମିଛି ସୁନା-ରୁପା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍‌

ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍। ଗତକାଲି ଅପେକ୍ଷା ଆଜି ସୁନା ଦାମ୍ କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ରହିଛି ୪୭ ହଜାର ୧୦୦ ଟଙ୍କା। ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୩୮୦ ଟଙ୍କା ରହିଛି।

ଆଜି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୭ ହଜାର ୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୩୮୦ ଟଙ୍କା ଥିବା ଜଣାଯାଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୪୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୮୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୩୮୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.