ପୁଣି ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆଜିର ତାଜା ଅପଡେଟ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୭,୧୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୫୧,୨୬୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୧୦ ଟଙ୍କା ଓ ୫୦,୦୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୧୦ ଟଙ୍କା ଓ ୪୯,୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୧୦ ଟଙ୍କା ଓ ୫୧,୨୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୯୧୦ ଟଙ୍କା ଓ ୫୦,୭୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ଅଛି। ଆଜି କିଲୋଗ୍ରାମ ପ୍ରତି ୭୧,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.