ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦର, କମିଛି ନା ବଢିଛି ଥରେ ପକାନ୍ତୁ ନଜର  

ଆଜି ଭାରତୀୟ ବଜାରରେ ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ସୁନା ଦାମ୍ ଗ୍ରାମ୍ ପ୍ରତି  ୧୨୦ ଟଙ୍କା ବଢିଛି। ଆଜି ଓଡିଶା ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ହଜାର ୫୪୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬ ହଜାର ୪୦୦ ଟଙ୍କା ଓ ୪୮ ହଜାର ୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬, ୫୩୦ ଟଙ୍କା ଓ ୪୭ ହଜାର  ୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୬୬୦  ଟଙ୍କା ଓ ୫୦ ହଜାର ୯୧୦  ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୭୮୦  ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୮୫୦  ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୯୫୦ ଟଙ୍କା ଓ ୪୯,୬୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବଢି ୬୫,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.