କମିଲା ସୁନା ଦର, କିନ୍ତୁ ବଢ଼ୁଛି ରୁପା; ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୫୦ ଟଙ୍କା କମି ୪୫,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୭୦ ଟଙ୍କା କମି ୪୯,୯୧୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୭୩୦ ଟଙ୍କା ଓ ୪୭,୫୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୬୮୦ ଟଙ୍କା ଓ ୪୬,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୭୫୦ ଟଙ୍କା ଓ ୪୯,୯୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୪୮,୭୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା କିନ୍ତୁ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ଟଙ୍କା ବଢ଼ି ୬୦,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.