ଖୁସି ଖବର! ପୁଣି କମିଲା ସୁନା, ଜାଣନ୍ତୁ ଆଜି କେତେ ଅଛି ୧୦ ଗ୍ରାମକୁ

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୩୫୦ ଟଙ୍କା କମି ୪୩,୮୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୩୮୦ ଟଙ୍କା କମି ୪୭,୭୮୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧,୬୫୦ ଟଙ୍କା ଓ ୪୫,୪୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୩,୪୩୦ ଟଙ୍କା ଓ ୪୪,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୩,୮୦୦ ଟଙ୍କା ଓ ୪୭,୭୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୨,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୫,୮୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୩,୮୪୦ ଟଙ୍କା ଓ ୪୬,୪୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ି ୬୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।