ବିବାହ ଋତୁରେ ବଢ଼ିଲା ସୁନା ଦାମ୍ ! ପଢ଼ନ୍ତୁ ଆଜିର ଅପଡେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୬୦ ଟଙ୍କା ବଢ଼ି ୪୭,୩୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୨୦ ଟଙ୍କା ବଢ଼ି ୫୧,୬୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୩୬୦ ଟଙ୍କା ଓ ୫୧,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୬୦ ଟଙ୍କା ଓ ୫୧,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୬୦ ଟଙ୍କା ଓ ୫୧,୭୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୫୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୬୦ ଟଙ୍କା ଓ ୫୧,୬୭୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୮୫୦ ଟଙ୍କା ବଢ଼ି ୬୧,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Also Read: ‘ନିର୍ବାଚନ ଜିତିଲେ ଭାରତରୁ ଜମି ଫେରାଇ ଆଣିବୁ’, ନେପାଳ ପୂର୍ବ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.