କମିଲା ସୁନା ଦର, ଜାଣନ୍ତୁ ଭାରତୀୟ ବଜାରରେ କେତେ ଅଛି ଦାମ୍
କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୩୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୩୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୭୪୦ ଟଙ୍କା ଓ ୪୭,୫୯୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୩୩୦ ଟଙ୍କା ଓ ୪୬,୩୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୬୫୦ ଟଙ୍କା ଓ ୪୯,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୭୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୮,୨୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୯,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।