କମିଲା ସୁନା, ବଢ଼ିଲା ରୁପା; ଜାଣନ୍ତୁ ଭୁବନେଶ୍ୱର ସମେତ ଦେଶର ପ୍ରମୁଖ ସହରର ଅପଡେଟ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୫,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୪୯,୯୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ଦର କିନ୍ତୁ ବୃଦ୍ଧି ପାଇଛି। ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ି ୬୩,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.