ବଢ଼ିଲା ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୪୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୬୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୫୭୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୩୪୦ ଟଙ୍କା ଓ ୫୦,୫୬୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୪,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।