ସୁନା କିଣିବାକୁ ଚାହୁଁଥିଲେ, ଏଠାରେ ଜାଣନ୍ତୁ କେତେ ରହିଛି ଆଜିର ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୬,୩୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୮୫୦ ଟଙ୍କା ଓ ୪୭,୭୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୩୦୦ ଟଙ୍କା ଓ ୪୬,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୭୫୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୮୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୮୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୪୮,୬୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।