ଜାଣନ୍ତୁ ଆଜି କ’ଣ ରହିଛି ଆପଣଙ୍କ ସହରର ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୨୦୦ ଟଙ୍କା ହ୍ରାସ ପାଇ ୪୭,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ୧୦ ଗ୍ରାମ ପ୍ରତି ୨୧୦ ଟଙ୍କା କମି ୫୨,୧୦୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୫୦ ଟଙ୍କା ଓ ୫୨,୧୦୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୭୫୦ ଟଙ୍କା ଓ ୫୨,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୨,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୯୦ ଟଙ୍କା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ସୁନା ଦର ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୨,୧୦୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା କମି ୬୮,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.