Below header

ସ୍ଥିର ଅଛି ସୁନା ଦାମ୍, ଜାଣନ୍ତୁ ଆଜିର ଅପଡେଟ୍

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୯,୬୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୪୫୦ ଟଙ୍କା ଓ ୪୭,୭୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୨୮୦ ଟଙ୍କା ଓ ୪୬,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୦୦ ଟଙ୍କା ଓ ୪୯,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୭୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୬୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୭୦୦ ଟଙ୍କା ଓ ୪୭,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୮୦୦ ଟଙ୍କା କମି ୬୨,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.