କମିଲା ସୁନା ରୁପା ଦାମ୍, କିଣିବାକୁ ଇଚ୍ଛା କରିଛନ୍ତି ଯଦି ଜଲଦି କିଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୨୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୭୫୯ ଟଙ୍କା ଓ ୫୧,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୭୫୦ ଟଙ୍କା ଓ ୫୧,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୫୦ ଟଙ୍କା ଓ ୫୧,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୧,୦୦୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୦,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.