ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ଯ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬,୪୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୪୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୫୦ ଟଙ୍କା ଓ ୪୮,୨୯୦ ଟଙ୍କା ଛୁଇଁଛି।

gold rate

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୪୦ ଟଙ୍କା ଓ ୪୭,୪୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦,୬୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୪୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୧୪୦ ଟଙ୍କା ଓ ୪୯,୮୩୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୯,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.