ଭାରତୀୟ ବଜାରରେ ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍
ଭାରତୀୟ ବଜାରରେ ପୁଣି ବଢ଼ିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୫୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫ ,୬୦୦ ଓ ୪୭,୮୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫ ,୬୦୦ ଟଙ୍କା ଓ ୪୭,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୪୦ ଟଙ୍କା ଓ ୪୬,୫୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୯୫୦ ଟଙ୍କା ଓ ୪୮,୬୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୨୦୦ ଟଙ୍କା କମିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।