ଧନତେରସରେ ଘରକୁ ନେଇ ଆସନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ କେତେ ରହିଛି ଆଜିର ଦାମ୍‌

ବଢ଼ିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯, ୭୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୭୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୨୦୦ ଟଙ୍କା ଓ ୫୧,୪୯୦ ଟଙ୍କା ଛୁଇଁଛି।

gold shopଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯, ୭୬୦ ଟଙ୍କା ଓ ୫୦, ୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୫୦ ଟଙ୍କା ଓ ୫୩,୬୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୬୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୯୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୦୪୦ ଟଙ୍କା ଓ ୫୨,୫୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୯୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୨, ୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.