ଜାଣନ୍ତୁ ୧୦ ଗ୍ରାମ୍‌ ପ୍ରତି ଆଜି କେତେ ଅଛି ସୁନା ମୂଲ୍ୟ

ପ୍ରତ୍ୟେକ ଦିନ ସୁନା ଓ ରୂପା ଦରରେ ପରିବର୍ତ୍ତନ ହୋଇଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬ ,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦ ହଜାର ୫୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ୫୫୦ ଟଙ୍କା ଓ ୫୦ ହଜାର ୭୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬ ହଜାର ୫୫୦ ଟଙ୍କା ଓ ୫୦ ହଜାର ୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬ ହଜାର ୫୫୦ ଟଙ୍କା ଓ ୫୦ ହଜାର ୭୮୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬ ହଜାର ୫୫୦ ଟଙ୍କା ଓ ୫୦ ହଜାର ୭୮୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧ ହଜାର ୫୫୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.