ଭୁବନେଶ୍ୱରରେ ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ବଢିଛି ନା କମିଛି

ସୁନା କିଣିବାକୁ ଚାହୁଁଥିଲେ ଆପଣ ଆଜି ଆପଣଙ୍କ ସହରରେ କେତେ ସୁନା ଦର ରହିଛି ଜାଣି ରଖନ୍ତୁ। ଆଜି ଭାରତୀୟ ବଜାରରେ ସୁନା ଦାମରେ କିଛିଟା ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬ ହଜାର ୮୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧ ହଜାର ୧୭୦ ଟଙ୍କା ରହିଥିବା ଜଣାପଡ଼ିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍ ବଢି ଏବେ ୨୨ କ୍ୟାରେଟ ସୁନା ଦର ୪୭ ହଜାର ୭୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨ ହଜାର ୧୨୦ ଟଙ୍କା ଛୁଇଁଛି । ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୫୨, ୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୧୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ସାମାନ୍ୟ ବଢି ୬୧ ହଜାର ୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ତେବେ ରଜ ବଜାର ପରେ ସୁନା ଓ ରୂପା ମୂଲ୍ୟରେ କିଛିଟା ବୃଦ୍ଧି ଘଟିଥିବା ଲକ୍ଷ କରାଯାଇଛି।