ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ଦର

ଅପରିବର୍ତ୍ତିତ ରହିଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୭୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ଓ ୫୦,୪୦୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୪୬୦ ଟଙ୍କା ଓ ୪୯,୪୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୫୦ ଟଙ୍କା ଓ ୫୨,୭୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୬୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୯୯୦ ଟଙ୍କା ଓ ୫୧,୬୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୫୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.