ଜାଣନ୍ତୁ ଆଜି କେତେ ଅଛି ସୁନା ଦର, କମିଛି ନା ବଢିଛି

ଯଦି ଆପଣ ସୁନା ମୂଲ୍ୟର ତାଜା ଅପଡେଟ ଜାଣିବାକୁ ଚାହୁଁଛନ୍ତି ତାହେଲେ ଏଠାରେ ଆପଣ ପ୍ରତିଦିନ ଜାଣିପାରିବେ ଦାମ।‌ ଆଜି ସୁନା ଦରରେ କୌଣସି ପରିବର୍ତ୍ତନ ଆସିନାହିଁ।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା କମି ୪୫,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା କମି ୪୯,୯୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୫୦୦ ଟଙ୍କା ଓ ୪୮,୫୬୦ ଟଙ୍କା ଛୁଇଁଛି।

goldଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୭୨୦ ଟଙ୍କା ଓ ୪୫,୭୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୦୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୫୬୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୭୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.