ବ୍ୟବସାୟ ଓ ଅର୍ଥନୀତି

ଆଜି ସ୍ଥିର ଅଛି ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ

ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ପରି ସୁନା ଓ ରୁପା ଦର ମଧ୍ୟ ବଦଳି ଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦ ହଜାର ୮୨୦ ଟଙ୍କା ଥିବା ଜଣାଯାଇଛି।

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୪୦୦ ଟଙ୍କା ଓ ୫୦ ହଜାର ୬୨୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହର ମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୦୦ ଟଙ୍କା ଓ ୫୦ ହଜାର ୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର କମି ଯଥାକ୍ରମେ ୪୬,୪୦୦ଟଙ୍କା ଓ ୫୦,୬୨୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦ ହଜାର ୫୨୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୫୫ ହଜାର ୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

12 mins ago

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

21 mins ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

34 mins ago

ମୋଟାପଣ କମ୍ କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ଦଲିଆ, ଜାଣନ୍ତୁ କିପରି କରିବେ ପ୍ରସ୍ତୁତ

ଦଲିଆ ଏକ ହେଲ୍ଦି ଏବଂ ଉତ୍କୃଷ୍ଟ ବ୍ରେକଫାଷ୍ଟ ଏବଂ ଡିନର୍ ଅପ୍ସନ । ବିଶେଷକରି, ଯଦି ଆପଣ ଓଜନ ହ୍ରାସ…

36 mins ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

37 mins ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

60 mins ago