ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୪୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୨,୦୯୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୭୫୦ ଟଙ୍କା ଓ ୫୨,୦୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୦୦ ଟଙ୍କା ଓ ୫୧,୨୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୧,୦୯୦ ଟଙ୍କା ରହିଛି ।
ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୯,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।