କମିଲା ସୁନା ଦର, ପାର୍ବଣରେ କିଣନ୍ତୁ ନିଜ ମନ ପସନ୍ଦର ଗହଣା

କମିଲା ସୁନା ଦର।‌ ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩୦୦ ଟଙ୍କା କମିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୩୫୦ ଟଙ୍କା କମିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୭୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୬୦ ଟଙ୍କା ଓ ୫୨,୭୯୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୬୦୦ ଟଙ୍କା ଓ ୫୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୫୦ ଟଙ୍କା ଓ ୫୩,୭୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୩୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୭୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୭୩୦ ଟଙ୍କା ଓ ୫୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୬୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.