ଜାଣନ୍ତୁ ଆଜି ଆପଣଙ୍କ ସହରରେ ୧୦ ଗ୍ରାମ୍ ପ୍ରତି ସୁନା ଦାମ୍ କେତେ ଅଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୬୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୦୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୯୦୦ ଟଙ୍କା ଓ ୫୨,୨୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୯୦୦ ଟଙ୍କା ଓ ୫୨,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୫୦ ଟଙ୍କା ଓ ୫୨,୪୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୯୦୦ ଟଙ୍କା ଓ ୫୨,୨୫୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.