ସୁନା ଓ ରୁପା ଦାମ୍‌ରେ ଆସିଲା ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଆଜି କମିଛି ସୁନା ଦର। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏହି ଦାମରେ ପରିବର୍ତ୍ତନ ଦେଖାଦେଇଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ୍‌ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୨୩୦ ଟଙ୍କା।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୪୨୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୦୦ ଟଙ୍କା ଓ ୫୨,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୫୧,୪୪୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୨୩୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୪,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.