ଭାରତୀୟ ବଜାରରେ ସାମାନ୍ୟ କମିଛି ସୁନା ଦର, ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ୫୦୦ ଟଙ୍କା ଓ ୫୦, ୭୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୦୦ ଟଙ୍କା ଓ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦,୮୯୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦ ହଜାର ୭୩୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.