ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୪୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୮୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୦୦୦ ଟଙ୍କା ଓ ୫୦,୨୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୦୦୦ ଟଙ୍କା ଓ ୫୦,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୫୦ ଟଙ୍କା ଓ ୫୦,୩୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୦୦୦ ଟଙ୍କା ଓ ୫୦,୨୦୦ ଟଙ୍କା ରହିଛି।
ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…