ଭାରତୀୟ ବଜାରରେ ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ହେଲା ଗ୍ରାମ ପ୍ରତି ଦାମ୍
ଆଜି ଭାରତୀୟ ବଜାରରେ ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ସୁନା ଦାମ୍ ଗ୍ରାମ୍ ପ୍ରତି ୩୩୦ ଟଙ୍କା ବଢିଛି। ଆଜି ଓଡିଶା ରାଜଧାନୀ ଭୁବନେଶ୍ୱର ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮ ,୩୩୦ ଟଙ୍କା ରହିଥିବା ନେଇ ଜଣାଯାଇଛି । ଯେବେକି ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୩୩୦ ଟଙ୍କା ଓ ୪୭,୩୩୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୩୩୦ ଟଙ୍କା ଓ ୪୭,୩୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୪୫୦ ଟଙ୍କା ଓ ୫୦,୬୭୦ ଟଙ୍କା ଥିବା ନେଇ ରେକର୍ଡ ହୋଇଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪ ୮,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୭୫୦ ଟଙ୍କା ଓ ୪୯, ୨୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୬୩,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।