ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୫୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୫୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୫୦ ଟଙ୍କା ଓ ୫୨,୭୫୦ ଟଙ୍କା ଛୁଇଁଛି।

gold shopଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୫୫୦ ଟଙ୍କା ଓ ୫୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୬୦ ଟଙ୍କା ଓ ୫୩,୭୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୭୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୭୪୦ ଟଙ୍କା ଓ ୫୨,୭୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମିଛି। ଆଜି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.