ଭୁବନେଶ୍ୱରରେ ସ୍ଥିର ରହିଛି ସୁନା ଦର: ଆଜି ହିଁ କିଣିଆଣନ୍ତୁ, ରହିଛି ମନଲୋଭା ଅଫର

ଚାଲିଛି ପାର୍ବଣ ଋତୁ। ଆଉ ଏହିସମୟରେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ମନଲୋଭା ଅଫର ଦେଇଥାନ୍ତି ସୁନା ଦେକାନୀ। ସୁନା ଦୋକାନୀ ଗଢା ମଜୁରୀ ଉପରେ କିଛି ପ୍ରତିଶତ ଛାଡ କରି ଗ୍ରାହକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୪୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୯୦୦ ଟଙ୍କା ଓ ୫୧, ୧୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୫୧, ୦୦୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.