Below header

ଖୁସି ଖବର, କମିଲା ସୁନା ଦର

ଭାରତୀୟ ବଜାରରେ କମିଲା ସୁନା ଦର । ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି, ଆଜି ହିଁ ଯାଇ କିଣିଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୩୦ ଟଙ୍କା କମି ୪୭,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୩୦ ଟଙ୍କା କମି ୪୮,୩୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୧୦ ଟଙ୍କା ଓ ୪୯,୭୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୫୦ ଟଙ୍କା ଓ ୪୮,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫, ୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯, ୭୫୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୪୯,୭୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୯,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.