କମିଲା ସୁନା ଦର, ଆଜି ହିଁ ନେଇ ଆସନ୍ତୁ ମନ ପସନ୍ଦର ଗହଣା

କମିଲା ସୁନା ଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୫୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୫୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୫୩୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୯୪୦ ଟଙ୍କା ଛୁଇଁଛି।

gold-chainଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୫୩୦ ଟଙ୍କା ଓ ୫୦,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୭୦ ଟଙ୍କା ଓ ୫୩,୭୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୫୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୯୪୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୭୫୦ ଟଙ୍କା ଓ ୫୨,୭୭୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବୃଦ୍ଧି ପାଇଥିବା ବେଳେ ଆଜି ରୁପା ମୂଲ୍ୟ ୬୧,୬୦୦ଟଙ୍କା ଥିବା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.